ଭୁବନେଶ୍ୱର, ୨୪/୧୦ : ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ଦକ୍ଷିଣପୂର୍ବ ଏବଂ ଏହାର ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ । ଏହା ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ହେବ । ତେବେ ଓଡ଼ିଶା ଉପରେ ଏହାର ବିଶେଷ ପ୍ରଭାବ ନାହିଁ । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ଏ ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଆଜି ଦକ୍ଷିଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାର ୧୨ଟି ଜିଲ୍ଲାକୁ ୟେଲୋ ୱାର୍ଣିଂ ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ।
