ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ସିଷ୍ଟମ୍‍ : ଆଇନମନ୍ତ୍ରୀ

0

ଭୁବନେଶ୍ୱର, ୨୩/୦୫ : ପୁରୀ ଶ୍ରୀମନ୍ଦିରରେ ଆଣ୍ଟିଡ୍ରୋନ୍‍ ସିଷ୍ଟମ୍‍ ଲାଗିବ ବୋଲି କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଆଣ୍ଟିଡ୍ରୋନ୍‍ ଟେକ୍ନୋଲୋଜି ଲଗାଯିବା ନେଇ ପୁଲିସ ବିଭାଗ ସହ ଆଲୋଚନା କରିଛି ଆଇନ ବିଭାଗ । ଏହି ସିଷ୍ଟମ୍‍ ଲାଗିବା ଦ୍ୱାରା ଶ୍ରୀମନ୍ଦିର ଉପରେ କିମ୍ବା ଚାରିପାଶ୍ୱର୍ରେ କେଉଁଠି ବି ଡ୍ରୋନ୍‍ ଉଡିବା ମାତ୍ରେ ଏହାକୁ ଖସାଇ ଦିଆଯାଇ ପାରିବ । ଏଥିାପଇଁ ଆବଶ୍ୟକ ପଡିଲେ ଶ୍ରୀମନ୍ଦିର ପ୍ରଶାସନ ଅର୍ଥ ଦେବ ବୋଲି ମନ୍ତ୍ରୀ କହିଛନ୍ତି ।

Leave A Reply

Your email address will not be published.