ପତିତପାବନରେ ପଡିଲା ‘ଶୂନ୍ୟ ଗଣ୍ଠି’ : ଦେଖିବାକୁ ମିଳିଛି ବିରଳ ଦୃଶ୍ୟ

0

ଭୁବନେଶ୍ୱର, ୧୭/୦୩ : ଚୈତ୍ର ମାସ କୃଷ୍ଣ ପ୍ରତିପଦା ତିଥି ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ହୋଲି ଉତ୍ସବ ଏବଂ ଚନ୍ଦନ ଅନୁକୂଳ ନୀତି ସମ୍ପନ୍ନ ହୋଇଛି। ଏହି ପରିପ୍ରେକ୍ଷୀରେ ସକାଳୁ ସକାଳୁ ଶ୍ରୀମନ୍ଦିରରେ ଦେଖିବାକୁ ମିଳିଛି ବିରଳ ଦୃଶ୍ୟ । ଶ୍ରୀମନ୍ଦିରର ନୀଳଚକ୍ରରେ ଉଡ଼ୁଥିବା ପତିତପାବନବାନାରେ ପଡ଼ିଲା ଶୂନ୍ୟ ଗଣ୍ଠି। ଶୂନ୍ୟ ଶୂନ୍ୟରେ ପତିତପାବନ ବାନାରେ ଗଣ୍ଠି ପଡ଼ିଲେ ତାହାକୁ ଶୂନ୍ୟ ଗଣ୍ଠି କୁହାଯାଏ। ବିଶ୍ବାସ ରହିଛି ଶୂନ୍ୟଗଣ୍ଠି ଘରେ ରଖିଲେ ସମସ୍ତ ପ୍ରକାରର ବ୍ୟାଧିରୁ ମୁକ୍ତ ମିଳିଥାଏ। ଶ୍ରୀମନ୍ଦିର ନୀଳଚକ୍ରରେ ୧୫୧ ହାତ ବାନା ଲଗାଯାଉଥିଲା ସେତେବେଳେ ଅନେକ ସମୟରେ ଶୂନ୍ୟ ଗଣ୍ଠି ପଡୁଥିଲା। କିନ୍ତୁ ଯେବେଠାରୁ ୧୪ହାତିଆ ବାନା ଲାଗୁଛି ଆଉ ଶୂନ୍ୟ ଗଣ୍ଠି ଦେଖିବାକୁ ମିଳୁନାହିଁ। ଶେଷ ଥର ପାଇଁ ବାତ୍ୟା ‘ଦାନା’ ବେଳେ ଏଭଳି ବିରଳ ଦୃଶ୍ୟ ଦେଖିବାକୁ ମିଳିଥିଲା । ତେବେ ଯଦି ନୀଳଚକ୍ରରେ ଅତ୍ୟଧିକ ବାନା ବନ୍ଧା ହୋଇଥାଏ, ତା’ହେଲେ ପ୍ରବଳ ପବନ କିମ୍ବା ଝଡ଼ବର୍ଷା ହେଲେ ସେଗୁଡ଼ିକ ପରସ୍ପର ମଧ୍ୟରେ ଛନ୍ଦି ହୋଇଥା’ନ୍ତି ଏବଂ ଏହି ଗଣ୍ଠି (ଶୂନ୍ୟ ଗଣ୍ଠି) ପଡ଼ିଥାଏ। ବାନା ଗୁଡ଼ିକ ପରସ୍ପର ମଧ୍ୟ ବାଡ଼େଇ ହୋଇ କେଉଁଠି କେମିତି ସବୁ ଗଣ୍ଠି ପଡ଼ିଥାଏ ଯେ କିଛି ବୁଝି ହୁଏ ନାହିଁ।

Leave A Reply

Your email address will not be published.