କଟକ,୧୨/୧୧ : ବିଶ୍ବ ପ୍ରସିଦ୍ଧ କଟକ ବାଲିଯାତ୍ରାର ଅବଧି ଆଉ ଗୋଟିଏ ଦିନ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି । ଏହାଦ୍ବାରା ବାଲିଯାତ୍ରା ଆଜି ୧୨ ତାରିଖ ପରିବର୍ତ୍ତେ ଆସନ୍ତା କାଲି ୧୩ ତାରିଖ ଦିନ ଉଦ୍ଯାପିତ ହେବ। ବାଲିଯାତ୍ରା ପ୍ରତି ସାଧାରଣ ଲୋକଙ୍କ ଆକର୍ଷଣ ଓ ଆଗ୍ରହ ତଥା ମେଳାରେ ବ୍ୟବସାୟୀମାନଙ୍କ କାରବାରକୁ ନଜରରେ ରଖି ମୁଖ୍ୟମନ୍ତ୍ରୀ ଏହାର ଅବଧି ବୃଦ୍ଧି କରିଛନ୍ତି। ଏଣେ ଆସନ୍ତାକାଲି ପ୍ରଖ୍ୟାତ ବଲିଉଡ ଗାୟିକା ଶ୍ରେୟା ଘୋଷାଲଙ୍କ କାର୍ଯ୍ୟକ୍ରମ ରହିଛି।