ଆଜି ୪ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ

ପୁରୀ,୨୭/୧୦ : କାର୍ତ୍ତିକମାସ କୃଷ୍ଣପକ୍ଷ ଷଷ୍ଠୀ ତିଥିରେ ଆଜି ଶ୍ରୀମନ୍ଦିର ରତ୍ନସିଂହାସନରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ବନକଲାଗି କରାଯିବ। ଏଥିପାଇଁ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଅପରାହ୍ଣରେ ପ୍ରାୟ ୩ରୁ ୪ଘଣ୍ଟା ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରହିବ। ମନ୍ଦିର ପ୍ରଶାସନ ପକ୍ଷରୁ ଏ ସମ୍ପର୍କରେ ସୂଚନା ଦିଆଯାଇଛି। ଦ୍ବିତୀୟ ଭୋଗମଣ୍ଡପ ନୀତି ଶେଷହେବା ପରେ ଜୟବିଜୟ ଦ୍ବାର ବନ୍ଦ କରାଯିବ। ବିଭିନ୍ନ ପ୍ରାକୃତିକ ରଙ୍ଗସହ ଦତ୍ତମହାପାତ୍ର ସେବାୟତ ଭିତରେ ପ୍ରବେଶ କରିବେ। ରତ୍ନସିଂହାସନ ଉପରକୁ ଯାଇ ଦାରୁବ୍ରହ୍ମଙ୍କୁ ସେମାନେ ବନକଲାଗି (ଶ୍ରୀମୁଖସିଂହାର) କରିବେ। ବନକଲାଗି ପରେ ଶ୍ରୀଜୀଉଙ୍କୁ ମହାସ୍ନାନ କରାଯିବ। ଦ୍ବାରଫିଟା ଯିବା ସହ ସନ୍ଧ୍ୟାଆଳତି, ସନ୍ଧ୍ୟାଧୂପ, ଚନ୍ଦନଲାଗି, ବଡ଼ସିଂହାର ବେଶ, ବଡ଼ସିଂହାର ଭୋଗ ଏବଂ ରାତ୍ରପହୁଡ କରାଯିବ। ବନକଲାଗି ପରେ ଶ୍ରଦ୍ଧାଳୁ ଭକ୍ତମାନେ ଶ୍ରୀଜୀଉଙ୍କୁ ଦର୍ଶନ କରିପାରିବେ।