ନୂଆଦିଲ୍ଲୀ, ୨୦/୧୨ : ଟି-୨୦ ବିଶ୍ୱକପ୍ ୨୦୨୬ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି । ଟି-୨୦ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ଦଳ ଘୋଷଣା କରିଛନ୍ତି । ଟି-୨୦ ବିଶ୍ୱକପ୍ ଭାରତ ଓ ଶ୍ରୀଲଙ୍କା ମିଳିତ ଭାବେ ଆୟୋଜନ କରୁଛନ୍ତି । ଫେବୃଆରୀ ୭ରୁ ଆରମ୍ଭ ହେବ ବିଶ୍ବକପ ମୁକାବିଲା । ଟି୨୦ ବିଶ୍ବକପରୁ ବାଦ ପଡିଛନ୍ତି ଶୁବମନ ଗିଲ୍ । ସୂର୍ଯ୍ୟକୁମାର ଯାଦବଙ୍କୁ ଅଧିନାୟକ ଦାୟିତ୍ବ ମିଳିଥିବା ବେଳେ ଅକ୍ଷର ପଟେଲଙ୍କୁ ଉପଅଧିନାୟକ ଦାୟିତ୍ବ ମିଳିଛି । ସଞ୍ଜୁ ସାମସନ, ଈଶାନ କିଷନଙ୍କୁ ଟିମରେ ସ୍ଥାନ ମିଳିଛି ।
ଭାରତୀୟ ଦଳ : ସୂର୍ଯ୍ୟକୁମାର ଯାଦବ( ଅଧିନାୟକ), ଅଭିଷେକ ଶର୍ମା, ଅକ୍ଷର ପଟେଲ ( ଉପ ଅଧିନାୟକ), ସଞ୍ଜୁ ସାମସନ, ଈଶାନ କିଷନ, ତିଲକ ବର୍ମା, ହାର୍ଦ୍ଦିକ ପାଣ୍ଡ୍ୟା, ଶିବମ ଦୁବେ, ରିଙ୍କୁ ସିଂ, ଜସପ୍ରୀତ ବୁମରା, ହର୍ଷିତ ରାଣା, ଅର୍ଶଦୀପ ସିଂ, କୁଲଦୀପ ଯାଦବ, ବରୁଣ ଚକ୍ରବର୍ତ୍ତୀ, ୱାଂଶିଟନ ସୁନ୍ଦର ।
