ଭୁବନେଶ୍ୱର, ୦୭/୧୦ : ଆଜି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ସେହିପରି ଆହୁରି ଦିନେ କିମ୍ବା ଦୁଇ ଦିନ ଯାଏଁ ବିଜୁଳି, ଘଡଘଡି ସହ ବର୍ଷା ସମ୍ଭାବନାକୁ ନେଇ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୧୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେଗୁଡ଼ିକ ହେଲା କୋରାପୁଟ ମାଲକାନଗିରି, ଗଞ୍ଜାମ, ଗଜପତି, ନୟାଗଡ, କନ୍ଧମାଳ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଏବଂ କେନ୍ଦୁଝର । ରାଜ୍ୟ ଉପରେ ପୁଣି ଆଉ ଏକ ଘୂର୍ଣ୍ଣିବଳୟ ସମ୍ଭାବନା ରହିଛି । ଆଜି ପୁଣି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛନ୍ତି ପାଣିପାଗ ବିଭାଗ । ଘୂର୍ଣ୍ଣିବଳୟ ପ୍ରଭାବରେ ୭ ରୁ ୧୨ ତାରିଖ ଯାଏଁ ବର୍ଷା ଲାଗି ରହିପାରେ । ସେହିପରି ଅକ୍ଟୋବର ୯ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବା ନେଇ ମଧ୍ୟ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ । ଯାହାର ପ୍ରଭାବରେ ୭ ତାରିଖରୁ ବର୍ଷାର ପରିମାଣ ବଢିପାରେ।
