ଭୁବନେଶ୍ବର, ୦୭/୦୪ : ଆଜି ସୁଭଦ୍ରା’ ଯୋଜନାକୁ ନେଇ ଏକ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏପ୍ରିଲ ମାସରେ ଦୁଇଥର ‘ସୁଭଦ୍ରା ଯୋଜନାର ଟଙ୍କା ଦିଆଯିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏପ୍ରିଲ ୨୨ ଓ ୨୩ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ସର୍ଭେ ପରେ ଯୋଗ୍ୟ ହିତାଧିକାରୀଙ୍କୁ ଟଙ୍କା ମିଳିବ। ସୁଭଦ୍ରା ଯୋଜନାରୁ ବାଦ ପଡିଥିବା ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିବ ଟଙ୍କା। ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି । ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।