କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି : ଆଉ ୫ ବର୍ଷ ବଢ଼ିଲା ପିଏମ୍‌ କିଷାନ ଯୋଜନା

ନୂଆଦିଲ୍ଲୀ, ୦୧/୦୮ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ କମିଟି ବୈଠକରେ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିିଧି ଯୋଜନାକୁ ୨୦୩୦-୩୧ ପର୍ଯ୍ୟନ୍ତ ସମ୍ପ୍ରସାରଣ କରିବା ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଏଥିପାଇଁ ୩.୧୫ ଲକ୍ଷ କୋଟି ଟଙ୍କାର ଅଟକଳ ଧାର୍ଯ୍ୟ କରାଯାଇଛି। ୨୦୧୯ ଫେବ୍ରୁଆରିରେ ଏହି ଯୋଜନା ଆରମ୍ଭ ହୋଇଥିଲା ଯେଉଁଥିରେ ଯୋଗ୍ୟ ଚାଷୀମାନଙ୍କୁ ପ୍ରତି ବର୍ଷ ୬୦୦୦ ଟଙ୍କା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯାଉଛି।

 

SBI AD