ଭୁବନେଶ୍ୱର, ୨୪/୧୦ : ଆସନ୍ତାକାଲି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ଜଟଣୀ ‘ଇନଫୋ ଭ୍ୟାଲି-୨’ ଠାରେ ନୂତନ କରି ନିର୍ମିତ ହୋଇଥିବା ଭାରତୀୟ ରିଜର୍ଭ ବ୍ୟାଙ୍କର ଗ୍ରୀନଫିଲ୍ଡ ଡାଟା ସେଣ୍ଟର ଏବଂ ‘ଏଣ୍ଟରପ୍ରାଇଜ୍ କମ୍ପ୍ୟୁଟିଂ ଆଣ୍ଡ ସାଇବର ସିକ୍ୟୁରିଟି ଟ୍ରେନିଂ ଇନଷ୍ଟିଚ୍ୟୁଟ୍’ର ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ । ଯାହାକୁ ନେଇ ଚାଲିଛି ବ୍ୟାପକ ପ୍ରସ୍ତୁତି । ୨୫ତାରିଖ ଅପରାହ୍ନ ସମୟରେ ସ୍ୱତନ୍ତ୍ର ବିମାନ ସାହାଯ୍ୟରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ ପ୍ରଧାନମନ୍ତ୍ରୀ ମୋଦୀ ।