ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ

ଭୁବନେଶ୍ୱର, ୨୦/୧୦ : ନୂଆପଡ଼ା ଉପନିର୍ବାଚନ ପାଇଁ ନାମାଙ୍କନ ଭରିଲେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ । ପ୍ରଥମେ ନୂଆପଡ଼ା ତେଲିପଡ଼ା ସ୍ଥିତ ଶିବ ମନ୍ଦିରରେ ପୂଜାର୍ଚ୍ଚନା କରିବା ପରେ ନିଜର ସମର୍ଥକଙ୍କ ଗହଣରେ ନୂଆପଡ଼ା ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟକୁ ଆସି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ତାଙ୍କ ସହ ଟୁକୁନି ସାହୁ, ରିତା ସାହୁ, ଲେଖାଶ୍ରୀ ସାମନ୍ତସିଂହାର, ପ୍ରମିଳା ମଲ୍ଲିକ, ପ୍ରସନ୍ନ ଆଚାର୍ଯ୍ୟ, ସଂଜୟଦାସ ବର୍ମାଙ୍କ ସମେତ ବହୁ ବରିଷ୍ଠ ଦଳୀୟ ନେତା ଓ ନେତ୍ରୀ ଉପସ୍ଥିତ ଥିଲେ । ୧୮ ତାରିଖରେ ପ୍ରାର୍ଥିପତ୍ର ଦାଖଲ କରିଥିଲେ ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଓ କଂଗ୍ରେସ ପ୍ରାର୍ଥୀ ଘାଷିରାମ ମାଝୀ ।

SBI_Festive_Digital Billboard