ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଜଳିଗଲା ‘ଖଣ୍ଡାଧାର କୁଇନ୍‌’ ବସ୍‌

ଭୁବନେଶ୍ୱର, ୨୩/୧ : ଜଳିଗଲା ବରମୁଣ୍ଡା ବସ୍‌ ଷ୍ଟାଣ୍ଡରେ ଛିଡା ହୋଇଥିବା ‘ଖଣ୍ଡାଧାର କୁଇନ୍‌’ ନାମକ ଏକ ଯାତ୍ରୀବାହୀ ବସ୍‌ । ହଠାତ୍‌ ବସ୍‌ରେ ନିଆଁ ଲାଗିଯାଇଥିଲା । ଦେଖୁ ଦେଖୁ ବସ୍‌ଟି ହୁତୁ ହୁତୁ ହୋଇ ଜଳିବାକୁ ଲାଗିଲା । ଏହାପରେ ତୁରନ୍ତ ଅଗ୍ନିଶନ ବାହିନୀକୁ ଖବର ଦିଆଯାଇଥିଲା । ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ କରିଥିଲେ । ଶେଷରେ ଅକ୍ଲାନ୍ତ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାରେ ସକ୍ଷମ ହୋଇଥିଲା ଅଗ୍ନିଶମ ବାହିନୀ । ଏତେ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ସେଠାରେ ଉପସ୍ଥିତ ଥିବା ଲୋକେ । ତେବେ ଏବେ ଯାଏଁ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।