ବାଲେଶ୍ୱର,୧୫/୫: ବାରିପଦାରୁ ଭୁବନେଶ୍ୱର ଅଭିମୁଖେ ଏକ କାର୍ ଯାଉଥିବା ସମୟରେ ହଠାତ୍ ଗାଡ଼ିଟି ବାଲେଶ୍ୱର ୧୬ନଂ ଜାତୀୟ ରାଜପଥ ବିର୍ଲା ଟାୟାର ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲା । କାର୍ଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡିଥିଲା । ଯାହାଫଳରେ କି ଗାଡିରେ ଥିବା ଯାତ୍ରୀଙ୍କ ମଧ୍ୟରୁ ୩ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଉ ୨ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ଘଟଣାସ୍ଥଳରୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ସମସ୍ତ ମୃତାହତ ମୟୁରଭଞ୍ଜ ଜିଲ୍ଲାର ବୋଲି ସୂଚନା ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।