ଆସନ୍ତା ୨୪ ଘଣ୍ଟାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା : ୨୫ ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ

0

ଭୁବନେଶ୍ୱର ୩୦/୦୩: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଗତ ୨୪ ଘଣ୍ଟାରେ ବିଜୁଳି ଘଡ଼ଘଡ଼ି ସହ କେତେକାଂଶ ସ୍ଥାନରେ କୁଆପଥର ବର୍ଷା ରେକର୍ଡ଼ ହୋଇଥିବା ବେଳେ ଆସନ୍ତା ୨୪ ଘଣ୍ଟା ପାଇଁ ୨୫ ଜିଲ୍ଲାକୁ ଘଡ଼ଘଡ଼ି ସହ ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏହାସହ ଘଡ଼ଘଡ଼ି, ବର୍ଷା ସହ ୪୦ ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି।

ଏପ୍ରିଲ୍ ପହିଲା ଯାଏଁ ରାଜ୍ୟରେ ବିଜୁଳି ଘଡ଼ଘଡ଼ି ସହ ଝଡ଼-ପବନ ସମ୍ଭାବନା ରହିଥିବା ବେଳେ ଆଜି ସର୍ବାଧିକ ପ୍ରଭାବ ପଡ଼ିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ଆଜି ବିଜୁଳି ଘଡ଼ଘଡ଼ି ସହ କୁଆପଥର ବର୍ଷା ହେବାର ସମ୍ଭାବନା ଥିବାରୁ ୧୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଏବଂ ୯ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉପକୂଳ ଓ ଏହାର ନିକଟତର ଜିଲ୍ଲାଗୁଡ଼ିକରେ ଅଧିକ ବଜ୍ରପାତର ସମ୍ଭାବନା ରହିଛି।

SBI AD
Leave A Reply

Your email address will not be published.