ହ୍ୟୁମାନ ସାଗରଙ୍କୁ ଦିଲ୍ଲୀ AIIMS କୁ ସ୍ଥାନାନ୍ତରଣ କରାଯିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୬/୧୧ : ହ୍ୟୁମାନ ସାଗରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି AIIMS ର ଡାକ୍ତରମାନଙ୍କ ସହ ଆଲୋଚନା କରିବା ସହ ଚିକିତ୍ସା ବ୍ୟବସ୍ଥା ନେଇ ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ହ୍ୟୁମାନ ସାଗର ଓଡ଼ିଶାର ଜଣେ ଲୋକପ୍ରିୟ ପ୍ରତିଭାବାନ ସଙ୍ଗୀତଜ୍ଞ । ତାଙ୍କର ସ୍ୱାସ୍ଥ୍ୟରେ ଉନ୍ନତି ପାଇଁ ଡାକ୍ତରମାନେ ସର୍ବୋତ୍ତମ ଉଦ୍ୟମ ଜାରି ରଖନ୍ତୁ । ଆବଶ୍ୟକ ହେଲେ ଦିଲ୍ଲୀ AIIMS କୁ ତାଙ୍କୁ ସ୍ଥାନାନ୍ତରିତ କରାଯାଇ, ଚିକିତ୍ସା ବ୍ୟବସ୍ଥା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।