ଭୁବନେଶ୍ୱର, ୧୮/୧୧: କରୋନାର ଟୀକା ଆସିବା ପରେ ପରେ ପ୍ରଥମେ ସ୍ୱାସ୍ଥ୍ୟକର୍ମୀଙ୍କ ସମେତ ଗର୍ଭବତୀ ମହିଳା ଏବଂ ୬୦ରୁ ଊର୍ଦ୍ଧ୍ଵ ବୟସ୍କ ବ୍ୟକ୍ତିଙ୍କୁ ପ୍ରଦାନ କରାଯିବ। ପ୍ରଥମେ ଏମାନଙ୍କୁ ପ୍ରାଥମିକତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ସମାଜର ବିପଦସଙ୍କୁଳ ଅବସ୍ଥାରେ ଦିନ କାଟୁଥିବା ବ୍ୟକ୍ତିମାନଙ୍କୁ ଟିକା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
କୋଭିଡ ପରିଚାଳନା ସଂପର୍କରେ ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟିକା ନେବା ପର୍ଯ୍ୟନ୍ତ ମାସ୍କ ହିଁ ହେଉଛି ସବୁଠାରୁ ଅଧିକ ଫଳପ୍ରଦ ପ୍ରତିରୋଧକ। ତେଣୁ ମାସ୍କ ବ୍ୟବହାର ସହିତ ସାମାଜିକ ଦୂରତା ଏବଂ ହାତ ଧୋଇବା ଆଦି ସୁରକ୍ଷା ବ୍ୟବସ୍ଥା ଜାରି ରଖିବା ପାଇଁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ।