ଭୁବନେଶ୍ୱର, ୦୯/୦୧ : ଖୁବଶୀଘ୍ର ରାଜ୍ୟର ଆରମ୍ଭ ହେବ କନ୍ୟା ବିବାହ ଯୋଜନା । ଏଥିରେ ବିବାହ ଉପହାର ସାମଗ୍ରୀର ଯୋଗାଣ ପାଇଁ ଉତ୍କଳିକା ଓ ମହିଳା ଓ ଶିଶୁ ବିକାଶ ବିଭାଗ ମଧ୍ୟରେ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଝିଅମାନଙ୍କୁ ଶାଢୀ, ଚୁଡ଼ି, ପାଉଁଜି, ବିନ୍ଦି ଭଳି ବ୍ୟବହାର ସାମଗ୍ରୀ ମିଳିବ । ଏହି ସବୁ ସାମଗ୍ରୀର ଉତ୍କଳିକା ମାଧ୍ୟମରେ ହିତାଧିକାରୀଙ୍କୁ ଯୋଗାଇବେ ସରକାର । ଏହା ଦ୍ବାରା ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତକଳା କ୍ଷେତ୍ରକୁ ମଧ୍ଯ ପ୍ରୋତ୍ସାହନ ମିଳିବ । ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉପସ୍ଥିତିରେ ଏମଓୟୁ ସ୍ବାକ୍ଷରିତ ହୋଇଛି । ମୁଖ୍ୟମନ୍ତ୍ରୀ କନ୍ୟା ଵିଵାହ ଯୋଜନାରେ ମୋଟ ୫୧ ହଜାର ଟଙ୍କା ସହାୟତା ରାଶି ଦେବେ ସରକାର । ବାହାଘର ପଞ୍ଜିକରଣ ହେବାର ୭ ଦିନ ପରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା । ଉପହାର ପାଇଁ ୧୦ ହଜାର ଓ ସାଜ ସଜା ପାଇଁ ୬ ହଜାର ଟଙ୍କା ଦେବେ ସରକାର ।