ଆଜି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୧୦/୧୧ (ଓଡିଶା ଖବର) : ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି ଶିବିର ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ ।