ଭୁବନେଶ୍ୱର,୧/୪ : ଉତ୍କଳ ଦିବସରେ ରାଜ୍ୟବାସୀଙ୍କୁ ସରକାରଙ୍କ ଭେଟି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆଉ ୬ ମାସ ପାଇଁ ହିତାଧିକାରୀଙ୍କୁ ଦିଆଯିବ ଅତିରିକ୍ତ ମାଗଣା ଚାଉଳ । ଆସନ୍ତା ୬ମାସ ପାଇଁ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀଙ୍କୁ ମାଗଣାରେ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ମାଗଣାରେ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ପ୍ରତ୍ୟେକ ହିତାଧିକାରୀ ଏପ୍ରିଲ ୨୦୨୨ରୁ ସେପ୍ଟେମ୍ବର ମାସ ପର୍ଯ୍ୟନ୍ତ ମାସିକ ଅତିରିକ୍ତ ୫ କିଲୋଗ୍ରାମ ଚାଉଳ ପାଇବେ। ପ୍ରାୟ ୮.୦୯ ଲକ୍ଷ ହିତାଧିକାରୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ଅଧୀନରେ ରହିବେ। ଏଥିପାଇଁ ୨୪,୨୭୦ଟନ୍ ଚାଉଳ ପ୍ରଦାନ କରାଯିବ। ଏଥିଲାଗି ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ୯୧.୭୦ କୋଟି ଟଙ୍କା ଖର୍ଚ୍ଚ କରିବେ। ଜାତୀୟ ଖାଦ୍ୟ ସୁରକ୍ଷା ଅଧିନିୟମ ଅନୁଯାୟୀ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ନାମ ଲେଖାଇଥିବା ହିତାଧିକାରୀଙ୍କୁ ଏହି ସୁବିଧା ମିଳିବ ।