୭ ଓ ୧୪ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି

ଭୁବନେଶ୍ୱର, ୦୬/୧୦ : ଦୁଇ ଦିନ ପାଇଁ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ । ଅକ୍ଟୋବର ୭ ଓ ୧୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ୭ରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ବନ୍ଦ ରହିବ ଶୁଣାଣି । ଅନ୍ୟପକ୍ଷରେ ୧୪ ତାରିଖରେ ଦୁର୍ଗାପୂଜା ଭସାଣି ଥିବାରୁ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ରାଜ୍ୟରେ ବିଜେପି ସରକାର ଆସିବା ପରଠାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜନ ଅଭିଯୋଗ ଶୁଣାଣି କରୁଛନ୍ତି । ମାସର ପ୍ରତ୍ୟେକ ସୋମବାର ଭୁବନେଶ୍ୱରର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଗୁହାରୀ ଶୁଣୁଛନ୍ତି ମୋହନ ମାଝୀ ।