ଆତଙ୍କବାଦୀ ଆକ୍ରମଣ : ଦେବାଶିଷଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର ୨୧/୦୪ : ଜାମୁ-କାଶ୍ମୀର ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଛନ୍ତି ଓଡିଶାର ବୀର ଯବାନ ଦେବାଶିଷ ବିଶ୍ୱାଳ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେବାଶିଷଙ୍କ ବିୟୋଗରେ ଗଭୀର ଶୋକବ୍ୟକ୍ତ କରିଛନ୍ତି । ଦେଶର ସୁରକ୍ଷାରେ ଦେବାଶିଷଙ୍କ ବଳିଦାନ ସର୍ବଦା ସ୍ମରଣୀୟ ରହିବ । ତାଙ୍କର ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ପରିବାର ସଦସ୍ୟଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ।

SBI AD