ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡିର ବାଜିମାତ : ବିଜୟୀ ପ୍ରାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୧୦/୧୧ : ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନରେ ନିର୍ବାଚନରେ ବାଜି ମାରିଲା ବିଜେଡି। ବାଲେଶ୍ୱରରେ ବିଜେଡି ପ୍ରାର୍ଥୀ ସ୍ଵରୂପ ଦାସ ବିଜୟୀ ହୋଇଥିବା ବେଳେ ତିର୍ତ୍ତୋଲରୁ ବିଜୟ ଶଙ୍କର ଦାସ ବିଜୟ ଲାଭ କରିଛନ୍ତି । ତେବେ ଉଭୟଙ୍କୁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍ କରି ନବୀନ ଲେଖିଛନ୍ତି, ‘ଏହି ବିଜୟ ଆପଣମାନଙ୍କ ଭଲ ପାଇବା ଓ ଅକୁଣ୍ଠ ସମର୍ଥନର ପ୍ରତିଫଳନ। ଲୋକଙ୍କ ପାଖରେ ପହଞ୍ଚି ସେମାନଙ୍କ ହୃଦୟ ଜିଣିଥିବାରୁ ବିଜୁ ଜନତା ଦଳର ସମସ୍ତ କର୍ମୀଙ୍କୁ ସାଧୁବାଦ।’
ଏଥିସହ ସେ ଟୁଇଟ୍ କରି ଲେଖିଛନ୍ତି, କୋଭିଡ-୧୯ ସଙ୍କଟ ସମୟରେ ମତଦାନ କରି ଆମକୁ ଆଶୀର୍ବାଦ କରିଥିବା ବାଲେଶ୍ୱର ସଦର ଓ ତିର୍ତ୍ତୋଲବାସୀ ବିଶେଷ କରି ମହିଳାମାନଙ୍କୁ ମୋର କୃତଜ୍ଞତା ଜଣାଉଛି। ଏ ବିଜୟ ଆପଣମାନଙ୍କର ବିଜୟ। ଆପଣମାନଙ୍କ ଉନ୍ନତି ଓ କଲ୍ୟାଣ ପାଇଁ ବିଜୁ ଜନତା ଦଳ ସର୍ବଦା ସଂକଳ୍ପବଦ୍ଧ।’
ସୂଚନାଯୋଗ୍ୟ, ତିର୍ତ୍ତୋଲ ଉପନିର୍ବାଚନରେ ବିଜେଡି ପ୍ରାର୍ଥୀ ବିଜୟ ଶଙ୍କର ଦାସ ୪୧୭୦୩ଟି ଭୋଟରେ ବିଜୟୀ ହୋଇଛନ୍ତି। ବିଜୟଙ୍କୁ ୮୮୩୧୦ ଭୋଟ ମିଳିଥିବା ବେଳେ ତାଙ୍କର ନିକଟତମ ପ୍ରତିନ୍ଦ୍ୱନ୍ଦ୍ୱୀ ରାଜକିଶୋର ବେହରାଙ୍କୁ ୪୬୬୦୭ ଭୋଟ ମିଳିଛି। ସେହିପରି ବାଲେଶ୍ୱରରେ ବିଜେଡି ପ୍ରାର୍ଥୀ ମାନସ ଦତ୍ତଙ୍କୁ ୧୩୧୯୫ ଭୋଟରେ ପରାଜିତ କରି ବିଜୟ ଲାଭ କରିଛନ୍ତି ସ୍ୱରୂପ ଦାସ।