କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର,୧ /୩ : ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କରୋନା ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଆଜି ସକାଳ ୧୦ଟା ୪୫ ମିନିଟ ସମୟରେ ନବୀନନିବାସରୁ ବାହାରି ବିଧାନସଭା ପରିସରରେ ଥିବା ଡିସପେନସେରିରେ ପହଞ୍ଚିଥିଲେ। ସେଠାରେ ସେ ଦିନ ୧୧ଟା ବେଳେ ପ୍ରଥମେ କରୋନା ଟିକା ନେଇଥିଲେ। ଏହାପରେ ଅନ୍ୟ ବିଧାୟକମାନେ ଟିକା ନେବେ ବୋଲି ଜଣାଯାଇଛି।

ଟିକା ନେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ଟୁଇଟରରେ ଲେଖିଛନ୍ତି, ‘ ମୁଁ ଖୁସି ଯେ ମୁଁ ଆଜି କୋଭିଡ-୧୯ ଟିକାର ପ୍ରଥମ ଡୋଜ୍‌ ନେଲି।’ ଲୋକଙ୍କ ପାଖରେ ଟିକା ପହଞ୍ଚାଇବା ପାଇଁ କାମ କରୁଥିବା ବୈଜ୍ଞାନିକ ଓ ସ୍ୱାସ୍ଥ୍ୟକର୍ମୀମାନଙ୍କ ନିକଟରେ ସେ କୃତଜ୍ଞତା ଜ୍ଞାପନ କରିଛନ୍ତି।