ଭୁବନେଶ୍ୱର,୨୯/୫: ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ତିନିଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ସୋମବାର ଅପରାହ୍ନ ୧୨ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଆସନ୍ତା ୩୧ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବାର ସମ୍ଭାବନା ରହିଛି । ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ପହଞ୍ଚିବେ ।