ଭୁବନେଶ୍ଵର,୧୨ /୪ : ପିପିଲି ଉପନିର୍ବାଚନ ପାଇଁ କଂଗ୍ରେସରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅଜିତ ଏବେ ହସ୍ପିଟାଲରେ ଚିକିତ୍ସାଧୀନ ଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କ ଭାଇଙ୍କୁ ଫୋନ କରି ଅଜିତଙ୍କ ସ୍ବାସ୍ଥ୍ୟ କିପରି ଅଛି ସେ ନେଇ ବୁଝିବା ସହିତ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି। ସୂଚନାଯୋଗ୍ୟ, ସ୍ବାସ୍ଥ୍ୟଗତ ସମସ୍ୟା ଯୋଗୁ ଅଜିତ ଏବେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।