ଫୁଲବାଣୀରେ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ,୨୨/୧୧ : ଫୁଲବାଣୀରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜୁ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ନିଜର ତଥା ନିଜ ପରିବାରର ଚିକିତ୍ସା ପାଇଁ ମୋ ରାଜ୍ୟର ଲୋକେ ଆଉ ଜମିବାଡି ବନ୍ଧା ପକାଇବେ ନାହିଁ। ରାଜ୍ୟବାସୀଙ୍କୁ ମାଗଣାରେ ବଡ଼ ବଡ ଡାକ୍ତରଖାନାରେ ସ୍ମାର୍ଟ ସ୍ୱାସ୍ଥ୍ୟସେବା ଯୋଗାଇଦେବାର ଲକ୍ଷ୍ୟ ନେଇ ଆଗକୁ ବଢୁଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟସରକାରଙ୍କ ଏଭଳି ପ୍ରୟାସ ଯୋଗେ ଗରିବଲୋକେ ଅର୍ଥାଭାବରୁ ଚିକିତ୍ସା କରାଇ ନ ପାରିବାର ଭୟ ଦୁର ହେବାରେ ଲାଗିଛି। ମୁଖ୍ୟମନ୍ତ୍ରୀଙ୍କ ଏହି ସଫଳ ଯୋଜନା ଏବେ ଗରିବଙ୍କ ମୁହଁରେ ହସ ଫୁଟାଇବା ସହ ସୁସ୍ଥ ଓଡ଼ିଶା ଓ ସୁଖୀ ଓଡ଼ିଶା ଗଠନ ଦିଗରେ ଏକ ବଳିଷ୍ଠ ପଦକ୍ଷେପ । ସମସ୍ତଙ୍କର ସମ୍ମାନର ସହିତ ବଞ୍ଚିବାର ଅଧିକାର ଅଛି ଏବଂ ଏହି ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ଼ ଅଧିକାରକୁ ସୁନିଶ୍ଚିତ କରିଛି ।

ଏହି ଯୋଜନାରେ କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକ ଓ ୩ଟି ପୌରାଞ୍ଚଳରେ ୧ ଲକ୍ଷ ୬୫ ହଜାର ୯୭ ଜଣ ହିତାଧିକାରୀ ସ୍ମାର୍ଟ ସ୍ୱାସ୍ଥ୍ୟସେବା ପାଇବେ । ଏହାର ସଠିକ ପରିଚାଳନା କରିବା ପାଇଁ ସାଂସଦ ଡ଼. ଅଚ୍ୟୁତ ସାମନ୍ତ ଓ ପଂଚାୟତ ରାଜ ମନ୍ତ୍ରୀ ପ୍ରତାପ ଜେନା ଫୁଲବାଣୀରେ ଥିବାବେଳେ ମନ୍ତ୍ରୀ ବିକ୍ରମ ଆରୁଖ, ତୁଷାର କାନ୍ତ ବେହେରା ଙ୍କ ସମେତ ୮ ଜଣ ମନ୍ତ୍ରୀ ଓ ବିଧାୟକ ମାନେ ଜିଲାର ବିଭିନ୍ନ ବ୍ଲକ ଓ ପଞ୍ଚାୟତରେ ସ୍ମାର୍ଟ କାର୍ଡର ଶୁଭାରମ୍ଭ କରିଥିଲେ ।

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ ଦ୍ୱାରା ପ୍ରତି ପରିବାରର ପ୍ରତି ସଦସ୍ୟଙ୍କ ପାଇଁ ୫ ଲକ୍ଷ ଓ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଚିକିତ୍ସା ଖର୍ଚର ସୁବିଧା ରହିଛି । ଦେଶର ୨ ଶହ ବଡ ବଡ ହସପିଟ।ଲରେ ଏହି କାର୍ଡ ମାଧ୍ୟମରେ ଚିକିତ୍ସା ସେବା ପାଇ ପାରିବେ ଗରୀବ ଲୋକେ । କୋଭିଡ଼ ୧୯ ଗାଇଡ଼ଲାଇନ ଅନୁଯାୟୀ କାର୍ୟ୍ୟକ୍ରମ ଆୟୋଜନ କରାଯାଇ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରା ଯାଇଥିଲା।

ମୁଖ୍ୟମନ୍ତ୍ରୀଙ୍କ ଏହି ସଫଳ ଯୋଜନା ଆଜି କନ୍ଧମାଳ ଜିଲ୍ଲାର ୬ଲକ୍ଷରୁ ଉର୍ଦ୍ଧ ଲୋକଙ୍କ ମୁହଁରେ ହସ ଫୁଟାଇଵ । ଅନ୍ୟମାନଙ୍କ ମଧ୍ୟରେ ପଂଚାୟତ ରାଜ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ସାଂସଦ ଡ଼. ଅଚ୍ୟୁତ ସାମନ୍ତ,ଫୁଲବାଣୀ ବିଧାୟକ ଅଙ୍ଗଦ କହଁର, ବାଲି ଗୁଡା ବିଧାୟକ ଚକ୍ରମଣି କହଁର, ଜି. ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ, ବିଧାୟକ ତଥା ବିଜେଡି ନେତା ପ୍ରଣବ ଦାସ, ମନ୍ତ୍ରୀ ପଦ୍ମିନୀ ଦିଆନ ପ୍ରମୁଖ ଉପସ୍ଥିତ ଥିଲେ ।