ଗଣପର୍ବ ରଜରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪/୬ : ଆଜି ପହିଲି ରଜରେ ଗାଁଠୁ ସହର ଯାଏଁ ଚାରିଆଡେ ମାହୋଲ ଉତ୍ସବମୁଖର । ତେବେ ପହିଲି ରଜ ଅବସରରେ ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି ଯେ, ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା। ଓଡ଼ିଆ ସଂସ୍କୃତି ଓ ପରମ୍ପରାର ପ୍ରତୀକ ଏହି ପର୍ବ ସମାଜରେ ଆନନ୍ଦ, ଉତ୍ସାହ ଓ ଉଲ୍ଲାସ ଭରିଦେଉ। ଏହି ଅବସରରେ ସମସ୍ତଙ୍କ ସୁଖ ଓ ମଙ୍ଗଳମୟ ଜୀବନ କାମନା କରୁଛି।