ଭୁବନେଶ୍ୱର,୨୩/୨: ଜଟଣୀ ବିଧାୟକ ସୁର ରାଉତରାୟଙ୍କ ବଡ ଘୋଷଣା । କହିଲେ ମୁଁ ଆଉ ଲଢିବିନି ନିର୍ବାଚନ । ମୋ ପୁଅ ମନ୍ମଥ ରାଉତରାୟ ଜଟଣୀରୁ ଲଢିବ ନିର୍ବାଚନ । ସେ କହିଛନ୍ତି ମୋତେ ୮୦ ହେଲାଣି । ମୋ ପୁଅ କଂଗ୍ରେସ ଟିକେଟରୁ ଲଢିବ ।
ସେପଟେ ମୂଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କ ସହ ସୌଜନ୍ୟ ମୂଳକ ସାକ୍ଷାତ ପ୍ରସଙ୍ଗରେ ମତ ରଖିଛନ୍ତି ସୁର । ସେ କହିଛନ୍ତି ମୋ ପୁଅ ସିଦ୍ଧାର୍ଥ ରାଉତରାୟ ପାହାଡ଼ ଚଢି ରେକର୍ଡ କରିଛି । ତା ସଫଳତା ବିଷୟରେ ଜଣେଇବା ପାଇଁ ଯାଇଥିଲି । ଭଲ ଆଲୋଚନା ହେଲା । ମୁଖ୍ୟମନ୍ତ୍ରୀ ଏବଂ ୫-ଟି ସଚିବ ଜାଣି ଖୁସି ହେଲେ ଆଶ୍ଚର୍ଯ୍ୟ ବି ହେଲେ ।
କେବଳ ମୋ ବଡ଼ ପୁଅ କଥା ଚର୍ଚ୍ଚା ହେଲା ଅନ୍ୟ କୌଣସି ରାଜନୈତିକ ଚର୍ଚ୍ଚା ହୋଇନଥିବା ମନା କଲେ ସୁର ରାଉତରାୟ । ମୁଁ ୫୫ ବର୍ଷ କଂଗ୍ରେସରେ ରହିଛି ମୋ ସାନ ପୁଅ ମନ୍ମଥ କଂଗ୍ରେସରୁ ହିଁ ଲଢିବ । ଗତକାଲି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ଏବଂ ୫-ଟି ସଚିବଙ୍କୁ ଭେଟିଥିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ।
