ବାଲେଶ୍ୱର,୧୫ /୧୦ : ବାଲେଶ୍ୱର ସଦର ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି। କଂଗ୍ରେସ ପ୍ରାର୍ଥୀ ମମତା କୁଣ୍ଡୁ ନିଜର ସମର୍ଥକଙ୍କ ସହ ଏକ ଶୋଭାଯାତ୍ରାରେ ଆସି ପ୍ରାର୍ଥୀପତ୍ର ଦାଖଲ କରିଥିବା ଜଣାଯାଇଛି। ତାଙ୍କ ସହ ବରିଷ୍ଠ କଂଗ୍ରେସ ନେତା ଦିବ୍ୟଜ୍ୟୋତି ପଟ୍ଟନାୟକ ଓ ସୁଦର୍ଶନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।