ଦେଶରେ ଆଜି ୩ ଲକ୍ଷ ୧୧ ହଜାର ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ, ମୃତ୍ୟୁ ସଂଖ୍ୟା ୪,୦୭୭

ନୂଆଦିଲ୍ଲୀ,୧୬ /୫ : ଦେଶରେ ଦିନକରେ ୩ ଲକ୍ଷ ୧୧ ହଜାର ୧୭୦ ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଥିବା ବେଳେ ୪ ହଜାର ଟପିଛି ମୃତକଙ୍କ ସଂଖ୍ୟା। ଆଉ ୩ ଲକ୍ଷ ୧୧ ହଜାର ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୪୬,୮୪,୦୭୭ ରେ ପହଞ୍ଚିଛି। ୩,୬୨,୪୩୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ମୋଟ ୨,୦୭,୯୫,୩୩୫ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଚିକିତ୍ସାଧୀନ ଅବସ୍ଥାରେ ୪,୦୭୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ ୨,୭୦,୨୮୪ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି। ୩୬,୧୮,୪୫୮ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳାୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।