୨୪ ଘଂଟାରେ କରୋନା ନେଲା ୬୦ ଜଣଙ୍କ ଜୀବନ

corona death

ଭୁବନେଶ୍ୱର: ମହାମାରୀ କରୋନା ଥମିବାରେ ନାଁ ନେଉନି | ସରକାର ଲକଡାଉନ ଖୋଲିଲାପରେଅମାନିଆ ହେଇଛି କରୋନା | ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬, ୭୫୭କୁ ବୃଦ୍ଧି ପାଇଛି।ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୦ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୦ ମୃତକଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ ଓ ବଲାଙ୍ଗୀର ଜିଲ୍ଲାରୁ ୬ ଜଣ ଆକ୍ରାନ୍ତ ଅଛନ୍ତି। ଅପରପକ୍ଷରେ ଅନୁଗୁଳ, ଜଗତସିଂହପୁର ଓ ସମ୍ବଲପୁର ଜିଲ୍ଲାରୁ ୫ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଠିକ୍ ସେହିପରି, ଦେବଗଡ଼ ଜିଲ୍ଲାରୁ ୪ଜଣ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲାରୁ ୩ ଜଣ ଲେଖାଏଁ ମୃତକ ଥିବା ଜଣାଯାଇଛି।

 

ଏଣେ ଝାରସୁଗୁଡ଼ା ଏବଂ ବାଲେଶ୍ବର ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ପରଲୋକ ଘଟିଛି। ତେବେ ଭଦ୍ରକ ଜିଲ୍ଲାରୁ ଜଣେ ମାତ୍ର କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୯୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୯୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୯୮ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୯୨, ୩୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୭୪, ୭୫୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦, ୩୯୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।