ନୂଆଦିଲ୍ଲୀ,୧୭ /୯ : କରୋନା ଭାଇରସ ମହାମାରୀ ଯୋଗୁଁ ସମଗ୍ର ବିଶ୍ୱରେ ୩ କୋଟିରୁ ଉର୍ଦ୍ଧ୍ୱ ଲୋକ ଆକ୍ରାନ୍ତ ହୋଇସାରିଛନ୍ତି । ଏହି ମାରାତ୍ମକ ଭାଇରସ ଯୋଗୁଁ ଗୁରୁବାର ସକାଳ ୬ଟା ୩୦ ସୁଦ୍ଧା ବିଶ୍ୱରେ ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୫ ହଜାର ୯୬କୁ ବୃଦ୍ଧି ପାଇଛି । ସେହିପରି ୯ ଲକ୍ଷ ୪୪ ହଜାର ୬୮୦ ଜଣଙ୍କର ମୃତ୍ୟୁ ହୋଇଛି । କରୋନା ଭାଇରସ କବଳରେ ପଡ଼ିଥିବା ୨ କୋଟି ୧୭ ଲକ୍ଷ ୮୦ ହଜାର ୭୫୯ ଜଣ ସୁସ୍ଥ ହୋଇଥିବା ବେଳେ ୭୨ ଲକ୍ଷ ୯୯ ହଜାର ୬୫୭ ଜଣ ଲୋକ ସକ୍ରିୟ ଅଛନ୍ତି । ଏବେ ବିଶ୍ୱବ୍ୟାପୀ ୬୧ ହଜାର ୨୧୭ ଜଣ ରୋଗୀଙ୍କ ଅବସ୍ଥା ଗୁରୁତର ଅଛି ।
ଯୁକ୍ତରାଷ୍ଟ୍ର ଆମେରିକାରେ ୬୮ ଲକ୍ଷ ୨୭ ହଜାର ୭୯୦ ଜଣ ସଂକ୍ରମିତ ହୋଇଥିବା ବେଳେ ୨ ଲକ୍ଷ ୧ ହଜାର ୩୨୧ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ ୪୧ ଲକ୍ଷ ୩୩ ହଜାର ୭ ହଜାର ୧୯୯ ଜଣ ସୁସ୍ଥ ହୋଇଥିବା ବେଳେ ୨୫ ଲକ୍ଷ ୧୯ ହଜାର ୨୭୦ ଜଣ ସକ୍ରିୟ ଆକ୍ରାନ୍ତ ଅଛନ୍ତି । ଏଥିରୁ ୧୪ ହଜାର ୧୫୩ ଜଣ ଗୁରୁତର ଅଛନ୍ତି ।