ଦେଶରେ ଆଜି ୯୪,୦୫୨ କରୋନା ଆକ୍ରାନ୍ତ ଚିହ୍ନଟ, ୬,୧୪୮ ମୃତ

ନୂଆଦିଲ୍ଲୀ,୧୦/୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୪,୦୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୬,୧୪୮ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୯୪୦୫୨ ଆକ୍ରାନ୍ତ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୬୦୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୬୧୪୮ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୨କୋଟି ୯୧ଲକ୍ଷ ୮୩ ହଜାର ୧୨୧ରେ ପହଞ୍ଚିଛି।