ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୩୨୫୦କୁ ବୃଦ୍ଧି

ଭୁବନେଶ୍ବର ୧୦/୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ଆଜି ରାଜ୍ୟରେ ଆଉ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୭ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

District Wise cases : ଜଗତସିଂହପୁର : ୩୩, ରାୟଗଡା : ୪, କଟକ : ୨୦, ଝାରସୁଗୁଡା : ୧, ଖୋର୍ଦ୍ଧା : ୧୪, ନୟାଗଡ : ୪, ବରଗଡ : ୨ , ଭଦ୍ରକ : ୧ କଳାହାଣ୍ଡି : ୪, ଗଜପତି : ୧, ପୁରୀ : 7 ବଲାଙ୍ଗୀର : ୧, କେନ୍ଦ୍ରାପଡା : ୧, ମୟୁରଭଞ୍ଜ : ୪, କୋରାପୁଟ : ୧, କେନ୍ଦୁଝର : ୧, ବୌଧ : 1

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୧୦୬ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୯ ଜଣଙ୍କର ମୃତ୍ୟୁ କରୋନାଜନିତ ହୋଇଥିବା ବେଳେ ଦୁଇ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।