ରାଜ୍ୟରେ ଆଜି ୨୨୫ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୭୨୩

ଭୁବନେଶ୍ବର,୧୩/୬ : ରାଜ୍ୟରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମିତ ସଂଖ୍ୟା । ରାଜ୍ୟରେ ଆଉ ୨୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୭୨୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୨୯ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ଚିହ୍ନଟ ହୋଇଥିବା ୨୨୫ ସଂକ୍ରମିତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୯୨ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୯ ଜଣ, ନୟାଗଡ ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୭ ଜଣ, ବାଲେଶ୍ବର ଜିଲ୍ଲାରୁ ୨ ଜଣ, ଅନୁଗୋଳ ଜିଲ୍ଲାରୁ ଜଣେ, ଭଦ୍ରକ ଜିଲ୍ଲାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୩ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, ଗଞ୍ଜାମ ଜିଲ୍ଲାରୁ ୨୦ ଜଣ, ସୁନ୍ଦରଗଡ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୧୫ ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ ଜଣ ରହିଛନ୍ତି ।