ଦେଶରେ ଆଜି ୭୨,୦୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୭ ଲକ୍ଷ ୫୭ ହଜାର ୧୩୨

ନୂଆଦିଲ୍ଲୀ,୭/୧୦ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିରେ ସାମାନ୍ୟ ହ୍ରାସ ପାଇଛି। ଦେଶରେ ୨୪ ଘଣ୍ଟାରେ ୭୨,୦୪୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୯୮୬ ଜଣଙ୍କ ମୃତ୍ୟୁ ହୋଇଛି। ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୪ ହଜାର ୫୫୫କୁ ବୃଦ୍ଧି ପାଇଛି। ଏହାସହ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭ ଲକ୍ଷ ୫୭ ହଜାର ୧୩୨ରେ ପହଞ୍ଚିଛି। ୯,୦୭,୮୮୩ ଜଣ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୫୭,୪୪,୬୯୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।