ଦେଶରେ ଆଜି ୬୩,୫୦୯ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦

ନୂଆଦିଲ୍ଲୀ,୧୪/୧୦ : ଦେଶରେ କରୋନା ଆକ୍ରାନ୍ତଙ୍କ ଓ ମୃତକଙ୍କ ସଂଖ୍ୟାରେ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ୨୪ ଘଣ୍ଟାରେ ୬୩,୫୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୦ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଦେଶରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧୦ ହଜାର ୫୮୬ରେ ପହଞ୍ଚିଛି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦କୁ ବୃଦ୍ଧି ପାଇଛି। ମୋଟ ୮,୨୬,୮୭୬ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୬୩, ୦୧,୯୨୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।