ରାଜ୍ୟରେ ଆଜି ୧୧୩ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୮/୬ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୧୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ସଙ୍ଗରୋଧରୁ ୬୭ ଓ ସ୍ଥାନୀୟ ସଂକ୍ରମିତ ୪୬ଜଣ ରହିଥିବା ବେଳେ ଆକ୍ରାନ୍ତଙ୍କ ମଧ୍ୟରୁ ଜନ୍ମରୁ ୧୮ ବର୍ଷ ମଧ୍ୟରେ ୧୫ ସଂକ୍ରମିତ ଥିବା ସୂଚନା ଦିଆଯାଇଛି । ରାଜ୍ୟରେ ଆଜି ଆସିଥିବା ୧୧୩ ପଜିଟିଭଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୬୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୨୧, ଷ୍ଟେଟପୁଲରୁ ୧୪, ସୁନ୍ଦରଗଡ଼ରୁ ୬, ସମ୍ବଲପୁରରୁ ୪, ଯାଜପୁରରୁ ୨ ଓ ପୁରୀରୁ ଜଣେ ପଜିଟିଭ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସୂଚନା ଦିଆଯାଇଛି ।

ଗୋଟିଏ ଦିନରେ ୫୨ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ବେଳେ ରାଜ୍ୟରେ ମୋଟ୍‌ ୫୧୭ ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାପଡ଼ିଛି । ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଅନୁଯାୟୀ ରାଜ୍ୟରେ ଏଯାଏ ମୋଟ୍‌ ୧୨,୮୯,୪୪୧ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୧୨,୭୯,୭୪୫ଜଣ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।