ରାଜ୍ୟରେ ଆଜି ୧୬୧୭ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୮୭ହଜାର ୦୯୯

ଭୁବନେଶ୍ବର,୨୯ /୧୦ : ରାଜ୍ୟରେ ଆଜି ୧୬୧୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ଲକ୍ଷ ୮୭ହଜାର ୯୯ରେ ପହଞ୍ଚିଛି । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୪୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୬୭୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।