ଦେଶରେ ସଂଘାତିକ କରୋନା ସ୍ଥିତି, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୫୬ ହଜାର ୬୧୧ କୁ ବୃଦ୍ଧି, ୭ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୮/୬: ଦିନକୁ ଦିନ ମହାମାରୀ କରୋନାକୁ ନେଇ ସାରା ବିଶ୍ବରେ ସଙ୍କଟ ବଢ଼ିବାରେ ଲାଗିଛି । ଭାରତରେ ମଧ୍ୟ ସ୍ଥିତି ବିସ୍ଫୋରକ ଦିଗରେ ଗତି କରୁଛି । ଦେଶରେ ହୁ ହୁ ହୋଇ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ପ୍ରାୟ ୧୦ ହଜାର ମାମଲା ସାମନାକୁ ଆସୁଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨ ଲକ୍ଷ ୫୬ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ହଜାର ପାର ହେଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ବିଶ୍ୱର ଆତଙ୍କ ସୃଷ୍ଟି କରିଥିବା ମହାମାରୀ କରୋନା ଭୟଙ୍କର ରୂପ ନେଉଛି । ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୨ ଲକ୍ଷ ୫୬ ହଜାର ୬୧୧ ରେ ପହଂଚିଛି । ଏପର୍ଯ୍ୟନ୍ତ ଭାରତରେ ୭ ହଜାର ୧୩୫ ଜଣଙ୍କ ମୃତ୍ୟୁ ଘଟିଛି ।

ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୧, ୨୪ ହଜାର ୦୯୫ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ଲକ୍ଷ ୨୫ ହଜାର ୩୮୧ ସକ୍ରିୟ ଅଛନ୍ତି।ଏବେ୧ ଲକ୍ଷ ୨୫ ହଜାର ୩୮୧ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ରରେ ସର୍ବାଧିକ ୮୫ ହଜାର ୯୫୬ ଜଣ ସଂକ୍ରମିତ ଥିବା ବେଳେ ୩ ହଜାର ରୁ ଅଧିକ ମୃତ୍ୟୁ ଘଟିଛି ।