ଭୁବନେଶ୍ୱର,୧୮/୧୦: ରାଜଧାନୀ ଭୁବନେଶ୍ୱରରୁ ଆଜି ମୋଟ୍ ୨୩୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ ୫୧ ଜଣ ସଂଗରୋଧ ଓ ୧୮୨ ଜଣ ସ୍ଥାନୀୟ ଅଞ୍ଚଳରୁ ଅଛନ୍ତି। ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ଆଜି ୩୧୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୭ ହଜାର ୨୨୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରୁ ୨୪ ହଜାର ୧୪୩ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୨୯୨୭ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୩୭ ଜଣଙ୍କର ମୃତ୍ୟୁ ହୋଇଛି।