ନୂଆଦିଲ୍ଲୀ, ୨୫/୬ : ଆଜି ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୪୭୩୧୦୫ ଜଣ କରୋନାଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୨୭୧୬୯୬ ଜଣ ସୁସ୍ଥ ହୋଇଛନ୍ତି ଏବଂ ସେମାନଙ୍କ ମଧ୍ୟରୁ ଜଣେ ଦେଶାନ୍ତର ଯାତ୍ରା କରିଛନ୍ତି। ବାକି ୧୪୮୯୪ ଜଣ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସମ୍ପ୍ରତି ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୧୮୬୫୧୪ ରହିଛି।