ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୫୩ ଲକ୍ଷ ୮୮ ହଜାର ୧୫୭, ମୃତ୍ୟୁ ସଂଖ୍ୟା ୧୦ ଲକ୍ଷ ୪୧ ହଜାର

ନୂଆଦିଲ୍ଲୀ, ୫/୧୦: କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୩ କୋଟି ୫୩ ଲକ୍ଷ ୮୮ ହଜାର ୧୫୭ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୦ ଲକ୍ଷ ୪୧ ହଜାର ୫୩୭ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୨ କୋଟି ୬୬ ଲକ୍ଷ ୯ ହଜାର ୬୭୬ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୭୭ ଲକ୍ଷ ୩୬ ହଜାର ୯୪୪ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୬୬ ହଜାର ୪୦୧ ହେଉଛନ୍ତି ଗୁରୁତର ରୋଗୀ ।

ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୬ ଲକ୍ଷ ୩୬ ହଜାର ୧୮୫ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୧୪ ହଜାର ୬୦୯ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୪୮ ଲକ୍ଷ ୪୪ ହଜାର ୬୫୬ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୫ ଲକ୍ଷ ୭୬ ହଜାର ୯୨୦ । ଏଥିରୁ ୧୪ ହଜାର ୧୭୫ ଜଣ ଗୁରୁତର ଅଛନ୍ତି ।