ନୂଆଦିଲ୍ଲୀ, ୭/୧୦: କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୩ କୋଟି ୬୦ ଲକ୍ଷ ୨୭ ହଜାର ୬୮୪ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୦ ଲକ୍ଷ ୫୩ ହଜାର ୯୪୨ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୨ କୋଟି ୭୧ ଲକ୍ଷ ୩୦ ହଜାର ୬୯୩ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୭୮ ଲକ୍ଷ ୪୩ ହଜାର ୪୯ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୬୭ ହଜାର ୫୮୫ ହେଉଛନ୍ତି ଗୁରୁତର ରୋଗୀ ।
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୭ ଲକ୍ଷ ୧୮ ହଜାର ୧୦୯ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୧୫ ହଜାର ୭୩୫ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୪୯ ଲକ୍ଷ ୨୭ ହଜାର ୧୧୭ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୫ ଲକ୍ଷ ୭୫ ହଜାର ୨୫୭ । ଏଥିରୁ ୧୪ ହଜାର ୩୧୪ ଜଣ ଗୁରୁତର ଅଛନ୍ତି ।