ନୂଆଦିଲ୍ଲୀ, ୧୬/୧୦ : କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୩ କୋଟି ୯୧ ଲକ୍ଷ ୫୧ ହଜାର ୧୪୪ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୧ ଲକ୍ଷ ୨ ହଜାର ୪୧୮ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୨ କୋଟି ୯୩ ଲକ୍ଷ ୬୯ ହଜାର ୭୭୨ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୮୬ ଲକ୍ଷ ୭୮ ହଜାର ୯୫୪ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୭୦ ହଜାର ୮୫୬ ହେଉଛନ୍ତି ଗୁରୁତର ରୋଗୀ ।
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୨ ଲକ୍ଷ ୧୫ ହଜାର ୧୯୯ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୨୨ ହଜାର ୭୧୨ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୫୩ ଲକ୍ଷ ୧୯ ହଜାର ୪୨୧ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୬ ଲକ୍ଷ ୭୩ ହଜାର ୬୬ । ଏଥିରୁ ୧୫ ହଜାର ୨୪୧ ଜଣ ଗୁରୁତର ଅଛନ୍ତି ।