ନୂଆଦିଲ୍ଲୀ, ୨୦/୧୦ : କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୪ କୋଟି ୬ ଲକ୍ଷ ୨୯ ହଜାର ୩ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୧ ଲକ୍ଷ ୨୨ ହଜାର ୭୩୪ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୩ କୋଟି ୩୩ ଲକ୍ଷ ୯ ହଜାର ୭୯୬ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୯୧ ଲକ୍ଷ ୬୬ ହଜାର ୪୭୩ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୭୨ ହଜାର ୬୫୨ ହେଉଛନ୍ତି ଗୁରୁତର ରୋଗୀ ।
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪ ଲକ୍ଷ ୫୦ ହଜାର ୩୫୬ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୨୫ ହଜାର ୧୯୮ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୫୪ ଲକ୍ଷ ୯୫ ହଜାର ୪୧୭ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୭ ଲକ୍ଷ ୨୯ ହଜାର ୭୪୧ । ଏଥିରୁ ୧୫ ହଜାର ୩୭୫ ଜଣ ଗୁରୁତର ଅଛନ୍ତି ।