ନୂଆଦିଲ୍ଲୀ, ୨୫/୧୦ : କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୪ କୋଟି ୨୯ ଲକ୍ଷ ୧୭ ହଜାର ୮୨୬ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୧ ଲକ୍ଷ ୫୪ ହଜାର ୩୦୫ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୩ କୋଟି ୧୬ ଲକ୍ଷ ୫୯ ହଜାର ୯୮୬ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୧ କୋଟି ୧୦ ଲକ୍ଷ ୩ ହଜାର ୫୩୫ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୭୭ ହଜାର ୨୦୨ ହେଉଛନ୍ତି ଗୁରୁତର ରୋଗୀ ।
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୮ ଲକ୍ଷ ୨୭ ହଜାର ୯୩୨ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୩୦ ହଜାର ୦୬୮ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୫୭ ଲକ୍ଷ ୪୧ ହଜାର ୬୧୧ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୮ ଲକ୍ଷ ୫୬ ହଜାର ୨୫୩ । ଏଥିରୁ ୧୬ ହଜାର ୩୬୯ ଜଣ ଗୁରୁତର ଅଛନ୍ତି ।