ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ କୋଟି ୪୭ ଲକ୍ଷ ୩୯ ହଜାର, ମୃତ୍ୟୁ ସଂଖ୍ୟା ୧୧ ଲକ୍ଷ ୭୮ ହଜାର

ନୂଆଦିଲ୍ଲୀ, ୨୯/୧୦ : କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୪ କୋଟି ୪୭ ଲକ୍ଷ ୩୯ ହଜାର ୯୧୬ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୧ ଲକ୍ଷ ୭୮ ହଜାର ୫୨୭ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୩ କୋଟି ୨୭ ଲକ୍ଷ ୨ ହଜାର ୬୪ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୧ କୋଟି ୮ ଲକ୍ଷ ୫୯ ହଜାର ୩୨୫ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୮୧ ହଜାର ୧୮୬ ହେଉଛନ୍ତି ଗୁରୁତର ରୋଗୀ ।

ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୧ ଲକ୍ଷ ୧୮ ହଜାର ୫୪୭ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୩୩ ହଜାର ୧୨୨ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୫୯ ଲକ୍ଷ ୧୬ ହଜାର ୨୮୧ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୯ ଲକ୍ଷ ୬୯ ହଜାର ୨୩୫। ଏଥିରୁ ୧୬ ହଜାର ୮୭୨ ଜଣ ଗୁରୁତର ଅଛନ୍ତି ।