ନୂଆଦିଲ୍ଲୀ, ୨/୧୧ : କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୪ କୋଟି ୬୮ ଲକ୍ଷ ୪ ହଜାର ୪୧୮ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୨ ଲକ୍ଷ ୫ ହଜାର ୪୪ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୩ କୋଟି ୩୭ ଲକ୍ଷ ୪୨ ହଜାର ୭୧୯ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୧ କୋଟି ୧୮ ଲକ୍ଷ ୫୬ ହଜାର ୬୬୫ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୮୫ ହଜାର ୨୬୧ ହେଉଛନ୍ତି ଗୁରୁତର ରୋଗୀ ।
ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୪ ଲକ୍ଷ ୭୩ ହଜାର ୭୧୫ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୩୬ ହଜାର ୪୭୧ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୬୦ ଲକ୍ଷ ୯୭ ହଜାର ୪୩୯ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୧ ଲକ୍ଷ ୩୯ ହଜାର ୮୦୫। ଏଥିରୁ ୧୭ ହଜାର ୨୧୩ ଜଣ ଗୁରୁତର ଅଛନ୍ତି ।