ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫ କୋଟି ୧୨ ଲକ୍ଷ ୩୧ ହଜାର, ମୃତ୍ୟୁ ସଂଖ୍ୟା ୧୨ ଲକ୍ଷ ୬୮ ହଜାର

ନୂଆଦିଲ୍ଲୀ, ୧୦/୧୧ : କରୋନା ଭାଇରସ ମହାମାରୀ ଲାଗି ବିଶ୍ୱରେ ୫ କୋଟି ୧୨ ଲକ୍ଷ ୩୧ ହଜାର ୯୮୦ ଜଣ ଆକ୍ରାନ୍ତ ହୋଇଛନ୍ତି । ଏହି ମାରାତ୍ମକ ଭୂତାଣୁ ଯୋଗୁଁ ଆଜି ସକାଳ ସାଢ଼େ ୬ଟା ପର୍ଯ୍ୟନ୍ତ ୧୨ ଲକ୍ଷ ୬୮ ହଜାର ୯୦୫ ଜଣଙ୍କର ମୃତ୍ୟୁ ହୋଇଛି । ବିଶ୍ୱବ୍ୟାପୀ ୩ କୋଟି ୬୦ ଲକ୍ଷ ୩୭ ହଜାର ୬୨୮ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୧ କୋଟି ୩୯ ଲକ୍ଷ ୨୫ ହଜାର ୪୪୭ ଜଣ ଅସୁସ୍ଥ ଅଛନ୍ତି । ଏମାନଙ୍କ ମଧ୍ୟରୁ ୯୩ ହଜାର ୭୫୬ ହେଉଛନ୍ତି ଗୁରୁତର ରୋଗୀ ।

ଯୁକ୍ତରାଷ୍ଟ୍ର ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୪ ଲକ୍ଷ ୨୦ ହଜାର ୬୧୪ରେ ପହଞ୍ଚିଛି । ମୋଟ ୨ ଲକ୍ଷ ୪୪ ହଜାର ୪୪୮ ଜଣଙ୍କର ମୃତ୍ୟୁ ହୋଇଛି । ରୋଗରୁ ୬୫ ଲକ୍ଷ ୪୪ ହଜାର ୪୫୫ ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୬ ଲକ୍ଷ ୩୧ ହଜାର ୭୧୧। ଏଥିରୁ ୧୮ ହଜାର ୮୪୨ ଜଣ ଗୁରୁତର ଅଛନ୍ତି ।